ଦେଶର କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଦୀର୍ଘ ୮୧ ଦିନ ପରେ ଆଜି ସଂକ୍ରମଣ ସଂଖ୍ୟା ୬୦ ହଜାରରୁ କମ୍ ଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୮,୪୧୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୫୭୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୮,୮୧,୯୬୫ ଓ ମୃତ୍ୟୁସଂଖ୍ୟା ୩,୮୬,୭୧୩ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

eleven − 10 =