ପ୍ରଫୁଲ୍ଲ ଘଡେଇଙ୍କୁ ନୂଆ ଦାୟିତ୍ବ

ଭୁବନେଶ୍ବର () ଗତମାସରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି। ତାଙ୍କୁ ଖୋର୍ଦ୍ଧା, ରଣପୁର ଓ ଚିଲିକାର ନିର୍ବାଚନମଣ୍ଡଳୀର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ତାଙ୍କୁ ଦଳର ରାଜ୍ୟ ଉପସଭାପତି ଦାୟିତ୍ବ ମଧ୍ୟ ଦିଆଯାଇଛି ।

ସେହିପରି କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକଙ୍କୁ ରାଜ୍ୟ ସାଧାରଣ ସଂପାଦକ ଦାୟିତ୍ବ ମିଳିଛି। ପ୍ରକାଶ ଦାଶଙ୍କୁ ବି ରାଜ୍ୟ ସାଧାରଣ ସଂପାଦକ ଦାୟିତ୍ବ ଦିଆଯାଇଛି। ରବି ନନ୍ଦଙ୍କୁ ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଥିବା ବେଳେ ନିରଞ୍ଜନ ପୂଜାରୀ ଓ ଅର୍କେଶ ସିଂଦେଓଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ସହ-ପର୍ଯ୍ୟବେକ୍ଷକ ଏବଂ ସୁଶାନ୍ତ ସିଂହଙ୍କୁ କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଦାୟିତ୍ବ ମିଳିଛି।

ସେହିପରି ଢେଙ୍କାନାଳର ସିଦ୍ଧେଶ୍ବର ପ୍ରସାଦ ମିଶ୍ରଙ୍କୁ ଭୁବନେଶ୍ବର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀର ସହ-ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଥିବା ବେଳେ ଯୁଗଳ ନାୟକଙ୍କୁ କଟକ ସଂସଦୀୟ କ୍ଷେତ୍ରର ସହ-ପର୍ଯ୍ୟବେକ୍ଷକ ଓ ମନୋଜ ନାୟକଙ୍କୁ କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ସହ-ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

six + three =