ଦ୍ବିତୀୟ ପର୍ଯ୍ୟାୟରେ ୩47 ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ବର () ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି । ଆଜି ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଆସନ ପାଇଁ ୨୦୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨୪ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଦ୍ବିତୀୟ ପର୍ଯ୍ୟାୟ ୩୫ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୦୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଏବଂ ୫ ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୪୫ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ପ୍ରଥମ ପର୍ଯ୍ୟାୟ ମତଦାନ ନିମନ୍ତେ ବିଧାନସଭା ପାଇଁ ଦାଖଲ ହୋଇଥିବା ନାମାଙ୍କନ ପତ୍ରଗୁଡ଼ିକର ଯାଞ୍ଚ ପରେ ୨୦୩ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର କାଏମ ରହିଛି । ସେହିପରି ଲୋକସଭା ପାଇଁ ଦାଖଲ ହୋଇଥିବା ନାମାଙ୍କନ ପତ୍ରଗୁଡ଼ିକର ଯାଞ୍ଚ ପରେ ୨୮ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର କାଏମ ରହିଛି ।

Share

Leave a Reply

Your email address will not be published. Required fields are marked *

eighteen − 12 =