ଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି,ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ

ଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବା ସହ ଉଦ୍‌ବୋଧନ ଦେବେ । ଶିକ୍ଷକଙ୍କ ମଧ୍ୟରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ।

ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ରାଜ୍ୟରେ ଏବେ ୧୧ ହଜାର ୮୦୦ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ଏହି କ୍ରମରେ  ଆଉ ୬୮୯୧ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

2 × three =