ଦୁଇ ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ସମବେଦନା ଜଣାଇ ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ଖଡ଼ିଆଳ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କପିଳ ନାରାୟଣ ତିୱାରୀଙ୍କ ଦେହାନ୍ତରେ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅବିଭକ୍ତ କଳାହାଣ୍ଡି ଜିଲ୍ଲାର ଉନ୍ନତି ସହ ଲୋକଙ୍କ କଲ୍ୟାଣ ପାଇଁ ସ୍ୱର୍ଗତଃ ବିଧାୟକ ସମର୍ପିତ ଉଦ୍ୟମ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

four × 5 =