ବଡ଼ଦାଣ୍ଡରେ ରଥଯାତ୍ରା ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥଯାତ୍ରା ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଡ଼ଦାଣ୍ଡରେ ରଥଯାତ୍ରାରେ ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମଧ୍ୟ ଉପସ୍ଥିତ ରହି ମହାପ୍ରଭୁଙ୍କ ରଥଯାତ୍ରା ଦେଖୁଛନ୍ତି । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ତେବେ ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର‌୍ୟ୍ୟ ଶେଷ ପର‌୍ୟ୍ୟାୟରେ ପହଞ୍ଚିଛି । ବରିଷ୍ଠ ଅଧିକାରୀଙ୍କ ସହ ଏହି ନିର୍ମାଣ କାମକୁ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

two × 3 =