ଆଗକୁ ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ

ଆଗକୁ ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ । ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି ।

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ବିତ୍ପାତି । ଉପକୂଳବର୍ତ୍ତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୪ ତାରିଖରେ ବର୍ଷା ପରିମାଣ ଅଧିକ ରହିବ । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

4 × three =