ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ମୂଲ୍ୟାୟନ

ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ମୂଲ୍ୟାୟନ ପକ୍ରିୟା । ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ହେବ ଖାତା ମୂଲ୍ୟାୟନ । ୨ ଟି ପର୍ଯ୍ୟାୟରେ ଖାତା ଦେଖା ହେବ। ପ୍ରଥମ ପର୍ଯ୍ୟାୟରେ ଜୁନ ୨ ରୁ ଜୁନ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ ରୁ ଜୁନ ୨୨ ଯାଏ ଖାତା ଦେଖା ହେବ।

ସୂଚନାଯୋଗ୍ୟ, ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପରୀକ୍ଷା ଜୁନ ୪ ତାରିଖରେ ସରିବ । ହେଲେ ଏହା ପୂର୍ବରୁ ଜୁନ ୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଥିଲେ।

ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଜୁନ ୨ ଆରମ୍ଭ ହୋଇ ୧୨ ତାରିଖ ତାରିଖ ପର୍ଯ୍ୟନ୍ତ ହେବ । ଏହି ସମୟରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ଖାତା ଦେଖା ଆରମ୍ଭ ହେବ । ସେଥିମଧ୍ୟରେ ପଲଟିକାଲ ସାଇନ୍ସ, ହିଷ୍ଟ୍ରି, ଓଡ଼ିଆ, ଏଜୁକେଶନ, ଫିଜିକ୍ସ, କେମେଷ୍ଟ୍ରି, ଅର୍ଥନୀତି, ଇଂଲିଶ ଆଦି ବିଷୟ ଅନ୍ତର୍ଭୁକ୍ତ ରହିଛି।

ଜୁନ ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ହେବ । ଏହାପରେ ଜୁଲାଇ ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇପାରେ । ଜୁନ୍ ୪ରେ ଖାତା ଦେଖା ବନ୍ଦ ରହିବ ବୋଲି CHSE ପକ୍ଷରୁ ସୂଚନା ଦିଆଯାଇଛି।

ଜୁଲାଇରେ ଫଳ ପ୍ରକାଶ ପାଇଁ ସିଏଚଏସଇ ଲକ୍ଷ୍ୟ ରଖିଛି । ବ୍ରଜରାଜନଗର ନିର୍ବାଚନ ପାଇଁ ପରୀକ୍ଷା ସୂଚୀ ପରିବର୍ତ୍ତନ ହୋଇଥିବାରୁ ଏହି ବିଷୟଗୁଡ଼ିକର ଖାତା ଦେଖା ସାମାନ୍ୟ ବିଳମ୍ୱ ହୋଇପାରେ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

Share

Leave a Reply

Your email address will not be published. Required fields are marked *

sixteen − 14 =