ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଆଜି ଓ ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗତ ୨୪ ଘଣ୍ଟା ମଧ୍ୟରେ ସାରାରାଜ୍ୟରେ କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ହ୍ରାସ ପାଇଛି । ହେଲେ ଗୁଳୁଗୁଳି ଓ ଗ୍ରୀଷ୍ମ ପ୍ରବାହ କମିନି ।ଆଜି ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ । ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

17 − thirteen =