ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ। ସମଗ୍ର ପୃଥିବୀରେ ହିନ୍ଦୁ ନରନାରୀ ଆଜି ନିଷ୍ଠାର ସହିତ ଏହି ବ୍ରତ ପାଳନ କରୁଛନ୍ତି। ଅବଶ୍ୟ ସ୍ଥାନ ଓ ସୂର୍ଯ୍ୟ ଉଦୟର ସମୟ ହିସାବରେ ଏହା ଆସନ୍ତା କାଲି ମଧ୍ୟ ଅନ୍ୟତ୍ର ପାଳନ କରାଯାଉଛି। ଭାଦ୍ରବମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ । ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ ଦ୍ୱାପର ଯୁଗର ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହୋଇଥିଲେ ।  ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀଠାରୁ ଆରମ୍ଭ କରି ଜଗନ୍ନାଥଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହର ମାହୋଲ । ଶ୍ରୀମନ୍ଦିରରେ ବିଶେଷ ଭାବେ ଏହି ଜନ୍ମୋତ୍ସବ ପାଳିତ ହେଉଛି । ସ୍ୱତନ୍ତ୍ର ରୀତିନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ସଂଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।

କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । ପରେ କଂଶର ଭୟରେ ବାପା ବସୁଦେବ ଶ୍ରୀକୃଷ୍ଣଙ୍କୁ ନେଇ ମଥୁରାରେ ଛାଡି ଆସିଥିଲେ । ସେଠାରେ ନନ୍ଦ ରାଜାଙ୍କ ପୁଅ ଭାବେ ସେ ପାଳିତ ହୋଇଥିଲେ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ । ଗାଁଠୁ ସହର ସବୁଠି ଏହି ଦିନ ଉତ୍ସବମୂଖର ହୋଇଉଠେ । ଏଥିରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସାମିଲ ହୋଇଥାନ୍ତି ।

Share

Leave a Reply

Your email address will not be published. Required fields are marked *

two × 5 =