ଆଜି ପୁରୀ- ହାୱଡା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍

ପୁରୀ-ହାୱଡା ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆଜି ଆରମ୍ଭ ହୋଇଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଆଜି ସକାଳ ୬ଟା ୧୦ରେ ଟ୍ରେନ ହାୱଡ଼ା ଷ୍ଟେସନରୁ ଛାଡିଛି । ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବ ଏହି ଅତ୍ୟାଧୁନିକ ସେମି ହାଇସ୍ପିଡ ଟ୍ରେନ୍।

ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ ଟ୍ରେନ । ପୁରୀରୁ ଗୋଟାଏ ୫୦ ମିନିଟରେ ଛାଡ଼ି ରାତି ୮ଟା ୩୦ରେ ହାୱଡାରେ ପହଞ୍ଚିବ । ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯାହାଦ୍ୱାରା ଯାତ୍ରା ଆରାମଦାୟକ ହେବା ସହ କମ୍ ସମୟ ମଧ୍ୟରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚିପାରିବେ।

Share

Leave a Reply

Your email address will not be published. Required fields are marked *

2 + five =