ଆଜି ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଅବପାତ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି(ଶୁକ୍ରବାର) ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି । ଗୁରୁବାର ଠାରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । ଆଜିଠୁ ବର୍ଷାର ପରିମାଣ ବଢିବ । ଆଜି ଓଡିଶା ପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି ହୋଇଛି ।

ଲଘୁଚାପ ପ୍ରଭାବ ୧୯ ଓ ୨୦ ତାରିଖରେ ସର୍ବାଧିକ ରହିବ । ଆଜି ପବନରେ ବେଗ ୭୫ କିମି ଯାଏ ରହିପାରେ । ଆଜି କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ନେଇ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର, ବାଲେଶ୍ଵର ଓ ଭଦ୍ରକରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହାସହ ଝାରସୁଗୁଡା, ବରଗଡ଼, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଓ ପୁରୀରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ଛତିଶଗଡ ପାଇଁ ରେଡ୍ ଆଲର୍ଟ ଜାରି କରିଛି ବିଭାଗ ।

Share

Leave a Reply

Your email address will not be published. Required fields are marked *

fourteen − eleven =