ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ

ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ନିରାଡମ୍ବରରେ ପାଳନ ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜନ୍ମ ଜୟନ୍ତୀ । ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡମ୍ବର ଭାବେ ପାଳନ କରାଯାଉଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରତି ନିର୍ବାଚନ ମଣ୍ଡଳୀରେ ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ବିଜେଡିର ସଫଳ ଯାତ୍ରା ସମ୍ପର୍କରେ ଆଲୋଚନା କରାଯାଉଛି ।
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି କି ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସେହିପରି ବିଜୁବାବୁଙ୍କ ୧୦୬ତମ ଜୟନ୍ତୀ ଅବସରରେ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ୍ । ମହାନ ସ୍ୱାଧୀନତା ସଂଗ୍ରାମୀ, ଲୋକପ୍ରିୟ ରାଷ୍ଟ୍ରନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଆସନ୍ତୁ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ଦିଗରେ ଏକଜୁଟ ହୋଇ କାମ କରିବା ବୋଲି ଟ୍ୱିଟ୍ କରି କହିଛନ୍ତି ପ୍ରଣବ ପ୍ରକାଶ ଦାସ ।

Share

Leave a Reply

Your email address will not be published. Required fields are marked *

4 × five =