ଆଜି ଫେରୁଛନ୍ତି ମୁଖ୍ୟମନ୍ତ୍ରୀ : ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ବିଜେଡି ପ୍ରସ୍ତୁତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ କରି ଆଜି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେଡି ପକ୍ଷରୁ ଏକ ବିଶାଳ ସ୍ବାଗତ ଶୋଭାଯାତ୍ରାର ଆୟୋଜନ କରାଯାଉଛି। ଦଳୀୟ ସାଂସଦ, ବିଧାୟକ ଓ ସବୁ ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ କରିବେ । ଏକ ବିରାଟ ଶୋଭାଯାତ୍ରାରେ ବିମାନବନ୍ଦରରୁ ନବୀନ ନିବାସ ଯାଏ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନିଆଯିବ । ଏହି ସ୍ୱାଗତ ଶୋଭାଯାତ୍ରା ପାଇଁ କମିସନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି | ସବୁ ଛକରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।ପାର୍କିଂ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି | ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ | ୧୦୦ ରୁ ଅଧିକ ବରିଷ୍ଠ ପୋଲିସ ଅଧିକାରୀ ସୁରକ୍ଷା ଉପରେ ନଜର ରଖିବେ |

Share

Leave a Reply

Your email address will not be published. Required fields are marked *

nine − 4 =