ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା

ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶା ଏବଂ ଉପକୂଳର୍ତ୍ତୀ ଅଞ୍ଚଳମାନଙ୍କରେ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏନେଇ ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ରାଜ୍ୟର ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦୁଝର,ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼,ସୋନପୁର, ବୌଦ୍ଧ ଓ କନ୍ଧମାଳରେ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତାକାଲି(ମଙ୍ଗଳବାର) ଠାରୁ ପାଣିପାଗରେ ସୁଧାର ଆସି ପାଗ ଶୁଖିଲା ରହିବାର ଅନୁମାନ କରାଯାଉଛି ।ସେହିପରି କେତେକ ସ୍ଥାନରେ ହାଲୁକା ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖ ପରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ କେତେକ ସ୍ଥାନରେ ହାଲୁକା ବର୍ଷା ହେବାନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

Share

Leave a Reply

Your email address will not be published. Required fields are marked *

3 × five =