ଆସୁଛି ବର୍ଷା, ଦୁଇଦିନ ଘନ କୁହୁଡ଼ି

ଆସୁଛି ବର୍ଷା । ଆସନ୍ତାକାଲି ଓ ୧୮ ତାରିଖ ଦୁଇ ଦିନ ପାଇଁ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଦୁଇଦିନ ପାଇଁ ଘନ କୁହୁଡ଼ି ଦେଖାଯିବା ନେଇ ସତର୍କ ସୂଚନା ମଧ୍ୟ ଜାରି ହୋଇଛି । ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଯାଜପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଅନ୍ୟ ଜିଲ୍ଲାମାନଙ୍କରେ ଶୁଖିଲା ପାଗ ରହିବ । ଏପଟେ କୁହୁଡ଼ି ନେଇ ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି । ଏହି ସମୟରେ ୫୦ରୁ ୨୦୦ ମିଟର ଯାଏ ଦୃଶ୍ୟମାନ ହୋଇପାରେ ।

Share

Leave a Reply

Your email address will not be published. Required fields are marked *

2 × 3 =