ଓଡ଼ିଶରେ ପୁଣି ବଢ଼ିଚାଲିଛି କରୋନା ସଂକ୍ରମଣ

ଓଡ଼ିଶରେ ପୁଣି ବଢ଼ିଚାଲିଛି କରୋନା ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି ।

ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭ ଜଣ ଚିହ୍ନଟ ହୋଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭ ଜଣ, ପୁରୀ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୮୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୨, ୭୯, ୪୧୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨୦୨ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

16 − fourteen =