କେନ୍ଦୁଝର ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲା ଷଠୀଘରଠାରେ ହୋଇଥିବା ଟ୍ରକ୍‌ ଦୁର୍ଘଟଣାରେ ୫ ଜଣ ଲୋକଙ୍କ ମୃତ୍ୟୁ ଘଟିବା ସହ ୭ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଅପରପକ୍ଷେ, ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share

Leave a Reply

Your email address will not be published. Required fields are marked *

11 − one =