କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ମେଡିକାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାବାସୀଙ୍କୁ ୪ ହଜାର ୭୦୩ କୋଟି ଟଙ୍କାର ପ୍ରକଳ୍ପ ଭେଟି

ନ୍ଦୁଝରରେ ପ୍ରତିଷ୍ଠିତ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ବି ଉଠାଇଛନ୍ତି। ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲ ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ଖୁବ୍ ଶୀଘ୍ର ଏହି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ସମସ୍ତ ବିଭାଗ କାର୍ଯ୍ୟକ୍ଷମ ହେବା ସହିତ ଆଦିବାସୀ ବହୁଳ କେନ୍ଦୁଝର ଜିଲ୍ଲାବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ମିଳିବ ବୋଲି ଆଶା କରାଯାଉଛି।

ମୁଖ୍ୟମନ୍ତ୍ରୀ ୨୦୧୬ରେ ଏହି ମେଡିକାଲ କଲେଜ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ।ଏହାଛଡ଼ା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତରେ ଆସି କେନ୍ଦୁଝରବାସୀଙ୍କୁ ପ୍ରାୟ ୪,୭୦୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି। ସେ କେନ୍ଦୁଝରରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦାନ କରି ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଥିବାର ସୂଚନା ରହିଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ଓ ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପ୍ଳବୀ ଧରଣୀଧରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

 

Share

Leave a Reply

Your email address will not be published. Required fields are marked *

two × 3 =