ଖୋର୍ଦ୍ଧା ବାଣ ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟଣା

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଏଥି ସହ ବାଣ ବିସ୍ଫୋରଣ ମୃତ୍ୟୁ ସଂଖ୍ୟା ୫କୁ ବ୍ୟଦ୍ଧି ପାଇଛି । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଦୋଳଗୋବିନ୍ଦ ବେହେରା । ତାଙ୍କ ଶରୀରର ୭୦ ପ୍ରତିଶତରୁ ଅଧିକ ଅଂଶ ପୋଡ଼ିଯାଇଥିଲା ।

ବିସ୍ଫୋରଣରେ ଗୁରୁତର ଆଉ ୩ଜଣ ଭୁବନେଶ୍ୱର ଏମ୍ସରେ ଏବେବି ଚିକିତ୍ସାଧୀନ ଅଛନ୍ତି । ବାଣ ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟଣା ପରେ ତତ୍ପରତା ଦେଖାଇଛି ପୋଲିସ । ଏସପିଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ୬ ଥାନା ଅଞ୍ଚଳରେ ଚଢ଼ାଉ ଜାରି ରହିଛି । ବାଣ ସହ ଅନେକ ବାଣ ତିଆରି ସାମଗ୍ରୀ ଜବତ କରିଛି ପୋଲିସ । ଗତକାଲି ଏକ ଘର ଭିତରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ତିଆରି ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା ।

Share

Leave a Reply

Your email address will not be published. Required fields are marked *

11 − 10 =