ଚାଷୀଙ୍କ ଆକାଉଣ୍ଟକୁ ଆସିଲା ‘କାଳିଆ’ ସହାୟତା

ନୂଆଁଖାଇରେ ଚାଷୀଙ୍କୁ ମିଳିଛି କାଳିଆ ସହାୟତା । ରାଜ୍ୟବାସୀଙ୍କୁ ଜୟ ଜଗନ୍ନାଥ ଓ ଜୟ ମା’ ସମଲେଶ୍ବରୀ କହି ନୂଆଁଖାଇ ଜୁହାର ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆଁଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି ବୋଲି କାଳିଆ ସହାୟତା ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି।
ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର ସହାୟତା ଦିଆଯାଇଛି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ସଳଖ ୨୦୦୦ ଟଙ୍କା ପୈଠ କରାଯାଇଛି । କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ।

Share

Leave a Reply

Your email address will not be published. Required fields are marked *

8 − seven =