ଝାରସୁଗୁଡ଼ା ଉପନିର୍ବାଚନ: ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏଠାରେ  ରେକର୍ଡ ସଂଖ୍ୟକ ଭୋଟରେ ବିଜେଡି ଜିତିଛି। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।

ଦୀପାଳି ଦାସ ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି । ୨୦୧୯ରେ ନବ ଦାସ ୪୫ ହଜାର ୬୯୯ ଭୋଟ ବ୍ୟବଧାନରେ ଜିତିଥିଲେ। ହେଲେ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।। ସର୍ବଶେଷ ସୂଚନା ଅନୁଯାୟୀ, ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଛି। ଏଣେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାଇଛନ୍ତି ୫୮, ୩୮୪ ଭୋଟ। ତେଣେ କଂଗ୍ରେସ ପ୍ରାର୍ଥୀ ୪, ୪୭୩  ଖଣ୍ଡ ଭୋଟ ପାଇଛନ୍ତି।

Share

Leave a Reply

Your email address will not be published. Required fields are marked *

2 × four =