ପ୍ରବଳରୁ ଅତି ପ୍ରବଳ ବର୍ଷା: ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ତୀବ୍ର ଅବପାତର ରୂପ ନେଲା ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ମୁତାବକ, ଏହା ଏବେ ଉତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି । ଆଜି ସନ୍ଧ୍ୟା ସୁଦ୍ଧା ବାଙ୍ଗଲାଦେଶର ଉପକୂଳ ଖେପୁପୁରା ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆଜ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ୪ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରଯାଇଛି ।

ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ୭ର ୨୦ ସେଂଟିମିଟର ବର୍ଷା ହେବ ବୋଲି କୁହାଯାଇଛି । ଏହା ପ୍ରଭାବରେ ଭୁସ୍ଖଳନ, ଜଳବନ୍ଦୀ ସମସ୍ୟା ହେବ ବୋଲି କୁହାଯାଇଛି । ସେହିପରି ୧୩ ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

10 + 17 =