ବଜେଟ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ

ବିଧାନସଭା ବଜେଟ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ୍ ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବୈଠକରେ ଆଲୋଚନା କରାଯିବ । ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ଅଧିବେଶନରେ ଗୃହର କାର୍ଯ୍ୟସୂଚୀ ସ୍ଥିର କରାଯିବ । ୨୦ ତାରିଖ ଦିନ ସାଢ଼େ ୧୧ଟାରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବସିବ ଏହି ବୈଠକ ।

ବିଧାନସଭାର ବଜେଟ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ଫେବ୍ରୁଆରୀ ୨୪ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩- ୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ ।

Share

Leave a Reply

Your email address will not be published. Required fields are marked *

5 + 1 =