ବିଜାପୁରରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଦୁଇ ଯବାନ ଗୁରୁତର

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ । ଏହି ବିସ୍ଫୋରଣରେ ଦୁଇ ଜଣ ସିଆରପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଯବାନଙ୍କୁ ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ୮୫ ବାଟାଲିଅନର ସିଆରପିଏଫ୍‌ ଯବାନମାନେ ସୋମବାର ସକାଳେ ଗାଙ୍ଗାଲୁର ଥାନା ପୁଷନାର ଜଙ୍ଗଲରେ କୁମ୍ବିଂ ଅପରେସନ କରୁଥିଲେ । ଏହି ସମୟରେ ନକ୍ସଲମାନେ ଆଇଡି ବିସ୍ଫୋରଣ କରିଥିଲେ । ଯେଉଁଥିରେ ଦୁଇ ଜଣ ସିଆରପିଏଫ ଯବାନ ଗୁରୁତର ହୋଇଥିଲେ । ତୁରନ୍ତ ଗୁରୁତର ଯବାନଙ୍କୁ ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ହେଲେ ସେମାନଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ବାୟୁସେନାର ହେଲିକେପ୍ଟର ଯୋଗେ ରାୟପୁରକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡିଛି । ସେପଟେ ପୁଷନାର ଜଙ୍ଗଲରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ବୋଲି ବିଜାପୁର ଏସ୍‌ପି ଅଞ୍ଜନେୟ ବାର୍ଷେଇ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

18 + 18 =