ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ। ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ। ୬୧ ବର୍ଷ ବୟସରେ ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ। ପରଲୋକ ନେଇ ଏମ୍‌ସ ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ସୂଚନା
କିଡନୀ ରୋଗରେ ପୀଡ଼ିତ ହୋଇ ମାସେ ହେଲା ICUରେ ଥିଲେ।ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ହେବ କିଡନୀଜନିତ ବେମାରରେ ପୀଡ଼ିତ ଥିଲେ। ହେଲେ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ  ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ  ତାଙ୍କର ଫୁସଫୁସ ସଂକ୍ରମଣ ହୋଇଥିବା ଜଣାପଡ଼ିଥିବା ବେଳେ ବ୍ରେନ ଷ୍ଟ୍ରୋକ ହୋଇଥିଲା।  ଫଳରେ ଅବସ୍ଥା ଗୁରୁତର ହେବାରୁ ପ୍ରାୟ ମାସେ ହେଲା ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଆଜି ସକାଳୁ ଆଖି ବୁଜିଛନ୍ତି ବିଜେପିର ଏହି ପୁରୁଖା ନେତା।  ଏନେଇ ଏମ୍ସର ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଭାସ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି।

Share

Leave a Reply

Your email address will not be published. Required fields are marked *

three + ten =