ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ

ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଯାଇଛି । ଧାର୍ଯ୍ୟ ସମୟ ପୂର୍ବରୁ ଶ୍ରୀଜିଉମାନଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଯାଇଛି । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ଶ୍ରୀସୁଦର୍ଶନ ରଥ ଉପରେ ବିଜେ କରିଛନ୍ତି । କୋରୋନା ଯୋଗୁଁ ଗତ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ଯାତ୍ରା ଅନୁଷ୍ଠିତ ହୋଇଥିଲା।

ଏଥର ୧୫ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବା ଆଶା କରାଯାଉଛି । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି । ୧୮୦ ପ୍ଲାଟୁନ ଫୋର୍ସ, ୧ ହଜାର ପୁଲିସ ଅଧିକାରୀଙ୍କ ଉପରେ ଆଇନଶୃଙ୍ଖଳା ଦାୟିତ୍ବ ନ୍ୟସ୍ତ କରାଯାଇଛି । ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ସରିବ । ପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷ ହେବା ପରେ ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ ।

Share

Leave a Reply

Your email address will not be published. Required fields are marked *

1 × four =