ସରିଲା ମାଟ୍ରିକ ପରୀକ୍ଷା, ଏପ୍ରିଲ ୩ରୁ ଖାତାଦେଖା

ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜି ସରିଛି । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଥିଲା। ରାଜ୍ୟର ମୋଟ ୩୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା। ମାର୍ଚ୍ଚ ୧୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା।

ଏଣେ ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ କହିଛନ୍ତି ଯେ, ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ। ଆସନ୍ତା ୪୫ ଦିନ ମଧ୍ୟରେ ସଂପୂର୍ଣ୍ଣ ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇ ପରୀକ୍ଷା ଫଳ ପ୍ରକାଶ ପାଇବ।

Share

Leave a Reply

Your email address will not be published. Required fields are marked *

four × 1 =