ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଏଗାର ବର୍ଷ

ରେଡିଓ’ରୁ ଭାସି ଆସୁଥିବା ସ୍ୱରରୁ ସାଧାରଣ ଲୋକଟିର ସକାଳ ଆରମ୍ଭ ହୋଇଥାଏ । ସମସ୍ତଙ୍କର

ପାଖରେ ଖୁବ୍ ସହଜରେ ପହଂଚିଯାଏ ରେଡିଓର ସ୍ୱର । ରବିବାର ଏଗାର ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍‌

ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ । ଏଗାର ବର୍ଷ ପୂର୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ

କୁମାର ନନ୍ଦ ଉପସ୍ଥିତ ରହି ସୋଆ ରେଡିଓ ପରିବାରକୁ ଶୁଭେଚ୍ଛା ଜଣାଇଥିଲେ । ଜାତୀୟ ସ୍ତରରେ ସଫଳତା ପାଇଥିବା ଭଏସ୍ ଅଫ୍ ସୋଆ

କମ୍ୟୁନିଟି ରେଡ଼ିଓ ୯୦.୪ର କାର୍ଯ୍ୟଧାରା ଓ ଭୂମିକାକୁ ପ୍ରଫେସର ନନ୍ଦ ଉଚ୍ଚ ପ୍ରଶଂସା କରି ସାଧାରଣ ଲୋକର ଦୈନନ୍ଦିନ ଜୀବନରେ ରେଡିଓର

ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ ।

ସୋଆ ରେଡ଼ିଓ ଭାବରେ ପରିଚିତ ଏହି କମ୍ୟୁନିଟି ରେଡ଼ିଓ ସ୍ୱାସ୍ଥ୍ୟସେବା ଏବଂ କୃଷି କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ପ୍ରସାରଣ

କରିଥିବା ବେଳେ ବିଭିନ୍ନ ଶିକ୍ଷାବିତ୍‌, ଡାକ୍ତର, ବୈଜ୍ଞାନିକ ଏବଂ ଗବେଷକମାନଙ୍କର ମତକୁ ଜନହିତରେ ପ୍ରଚାର କରିଛି । ଏହା ସାଧାରଣ

ଲୋକମାନଙ୍କ ସହିତ ଜଡିତ ବିଷୟ ସହ ସଂପୃକ୍ତ ।

ଏହି ଅବସରରେ ସୋଆର କଟ୍ରୋଂଲର୍ ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର

ଜ୍ୟୋତି ରଂଜନ ଦାସ , ନ୍ୟୁଜ ୭ର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ପ୍ରଫେସର ମଞ୍ଜୁଳା ଦାସ ସୋଆ ରେଡ଼ିଓର କର୍ମଚାରୀମାନଙ୍କର ଉଚ୍ଚକୋଟୀର କାର୍ଯ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ସେହିପରି

ପ୍ରଫେସର ଜ୍ୟୋତି ରଂଜନ ଦାସ କହିଥିଲେ ଯେ ସମାଜକୁ ଆଗେଇ ନେବାରେ ଏକ ମାଧ୍ୟମ ଭାବେ ରେଡିଓର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।

ଅନେକ ସ୍ଥାନରେ ଅନ୍ୟ ସୂଚନାକାରୀ ମାଧ୍ୟମ ପହଂଚିପାରୁ ନଥିବା ବେଳେ ରେଡ଼ିଓ ପହଂଚିଥାଏ ବୋଲି କହିବା ସହ ଉତମମାନର କାର୍ଯ୍ୟକ୍ରମ

ପରିବେଷଣ କରିବା ନିମନ୍ତେ ସୋଆ ରେଡିଓର ଉଦ୍ୟମକୁ ପ୍ରଶଂସା କରିଥିଲେ ।

ଏହି ଅବସରରେ ନ୍ୟୁଜ ୭ର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ଏହି

୧୧ବର୍ଷର ଯାତ୍ରା ବିଷୟରେ କହିବା ସହିତ ଏହାର ସଫଳତା ନିମନ୍ତେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

ସେହିପରି ଏହି କାର୍ଯ୍ୟକ୍ରମରେ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ରେ ପ୍ରସାରିତ ବିଭିନ୍ନ ବର୍ଗର କାର୍ଯ୍ୟକ୍ରମର ସଦସ୍ୟମାନଙ୍କୁ ସ୧ାନିତ

କରାଯାଇଥିଲା । ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ର ସଦସ୍ୟ ଓ ୟଙ୍ଗିସ୍ତାନ୍‌ର ଛାତ୍ରଛାତ୍ରୀମାନଙ୍କର ଦ୍ୱାରା ପ୍ରସ୍ତୁତ ଏକ କ୍ଷୁଦ୍ର ଚଳଚ୍ଚିତ୍ର

‘ରକ୍ତସ୍ନାତା’ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିଲା ।

ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର ନିର୍ଦ୍ଦେଶକ ଶ୍ରୀମତି ହନି ପ…ନାୟକ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା ।

ଆର୍‌ଜେ କୁମାରୀ ଶୁଭଶ୍ରୀ ରଥ, ଛାତ୍ର ଆର୍‌ଜେ ଓ ପ୍ରତିନିଧି ହୃଦୟରଂଜନ ପରିଡା ଏହି କାର୍ଯ୍ୟକ୍ରମରେ ଏକ ପିପିଟି ମଧ୍ୟ ଉପସ୍ଥାପନ କରିଥିଲେ ।

ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିବାବେଳ, ଏହି କାର୍ଯ୍ୟକ୍ରମକୁ ସୋଆ କମ୍ୟୁନିଟି ରେଡ଼ିଓର ପ୍ରୋଗ୍ରାମ୍‌

କୋର୍ଡିନେଟର ଶ୍ରୀମତି ଶୁଭ୍ରସୀମା ମହାନ୍ତି ପରିଚାଳନା କରିଥିଲେ । ଆର୍‌ଜେ ରମାବଲ୍ଳଭ ଧନ୍ୟବାଦ ଅର୍ପଣ କରିଥିଲେ ।

Share

Leave a Reply

Your email address will not be published. Required fields are marked *

5 × 5 =