ସଡ଼କ ଦୁର୍ଘଟଣା:ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ, ମୃତକମାନଙ୍କ ପାଇଁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା

ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × three =