୧୦ ଜିଲ୍ଲା ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାହେବ। ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଓଡ଼ିଶା ଉପକୂଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଛତିଶଗଡ଼ ମୁହାଁ ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଭୀଷଣ ବର୍ଷା ହେଉଛି । ଆଗାମୀ ତିନି ଦିନ ଯାଏ ଜାରି ରହିବ ବର୍ଷା ।୧୦ ଜିଲ୍ଲା ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୭ ରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ହେବ। ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ ଜିଲ୍ଲା ମାନଙ୍କରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ।

ଏହା ସହିତ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ଵର ଏହି ୮ ଟି ଜିଲ୍ଲା ରେ ୧୧ ତାରିଖରେ ରେ ପ୍ରବଳ ବର୍ଷା ସମ୍ଭାବନା।

୧୨ ତାରିଖରେ ୫ ଟି ଜିଲ୍ଲା ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା। ସେପଟେ ଆସନ୍ତା ୧୩ ଓ ୧୮ ତାରିଖ ବେଳକୁ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‌ ଆକଳନ କରୁଛନ୍ତି ।

Share

Leave a Reply

Your email address will not be published. Required fields are marked *

two × 5 =