ଓଡିଶାରେ ୧୪ ଦିନିଆ ଲକଡାଉନ୍ ଘୋଷଣା

ରାଜ୍ୟରେ ଘୋଷଣା ହେଲା ଲକ୍ ଡାଉନ୍ । ଚଳିତ ମେ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ। ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ। ଲକଡାଉନ ଅବଧି ମଧ୍ୟରେ ପୂର୍ବ ପରି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। ଲକଡାଉନ ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ। ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ। ଏନେଇ ଓଡ଼ିଶାର ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

5 × two =