ଅହିଂସାହିଁ ଶାନ୍ତି,ବିକାଶ ଓ ସାମ୍ୟତାର ମାର୍ଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର () ଅହିଂସା ବିଶ୍ୱକୁ ଭାରତର ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା । ଅହିଂସା ହିଁ ଆମ ସ୍ୱାଧିନତା ସଂଗ୍ରାମକୁ ବିଶ୍ୱର ସବୁ ସଂଗ୍ରାମ ଠାରୁ ନିଆରା କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଆଜି ରାଷ୍ଟ୍ରପତି ଭବନରେ ଗାନ୍ଧିଜୀଙ୍କ ୧୫୦ ତମ ଜୟନ୍ତୀ ପାଳନ ନିମେନ୍ତ ଗଠିତ ଜାତୀୟ କମିଟିର ଦ୍ୱିତୀୟ ବୈଠକରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅହିଂସାହିଁ ଶାନ୍ତି,ବିକାଶ ଓ ସାମ୍ୟତାର ମାର୍ଗ । ତେଣୁ ବିକାଶ ଲାଗି ଗାନ୍ଧିଜୀଙ୍କ ଅହିଂସା ମାର୍ଗକୁ ହିଁ ଯୁବସମାଜ ଆପଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି । ଯୁବସମାଜ ମଧ୍ୟରେ ଅହିଂସା ଆଦର୍ଶର ବିକାଶ ଆମର ମହାନ ସଂଗ୍ରାମ ଏବଂ ମହାତ୍ମାଙ୍କୁ ଯୁଗ ଯୁଗ ପାଇଁ ପ୍ରେରଣାର ଉତ୍ସ କରି ରଖିବ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ମହାତ୍ମା ଗାନ୍ଧିଙ୍କ ଅଂହିସା ତତ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନୀତି ହେଉଛି ଦାରିଦ୍ର୍ୟ ରହିଥିବା ସ୍ୱାଧିନତାର ମୂଲ୍ୟ ଅର୍ଥହୀନ । ବିନା ଅହିଂସାରେ ଗରିବୀ ଦୁର କରାଯାଇ ପାରିବ ନାହିଁ ବୋଲି ମତ ଦେଇ ଜାତି,ଧର୍ମ, ବର୍ଣ୍ଣ ଭିତ୍ତିରେ ସମାଜକୁ ବିଭକ୍ତ କରୁଥିବା ଶକ୍ତିର ପରାଜୟରେ ହିଁ ପ୍ରଗତି ହାସଲ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ଗାନ୍ଧିଜୀଙ୍କ ଜୟନ୍ତୀ ଅବସରରେ ଅହିଂସା ଶଦ୍ଧ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ ହେଲେ ତାହା ମହାତ୍ମାଙ୍କ ପ୍ରତି ଶେÂ ଶ୍ରନ୍ଧାଂଜଳି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ଭାରତ ତଥା ବିଶ୍ୱର ଉତ୍ତରପୀଢିକୁ ଗାନ୍ଧିଜୀଙ୍କ ଏହି ଉକ୍ତିର ଦୃଢ ସତ୍ୟତା ସବୁଦିନ ସ୍ମରଣ କରାଇଦେଉଥିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Share

Leave a Reply

Your email address will not be published. Required fields are marked *

9 + 5 =