ବାଣପୁର ଗ୍ୟାସ ଟାଙ୍କି ଫାଟିବା ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣା ରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

seventeen − twelve =