୨୨ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ

ଭୁବନେଶ୍ୱର: ବିକାଶ ପଥରେ ପଶ୍ଚିମ ଓଡ଼ିଶା । ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ରହିଛି ପଶ୍ଚିମ ଓଡ଼ିଶା । ସ୍ୱାସ୍ଥକ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପକୁ ଚାରିଆଡ଼ୁ ମିଳୁଛି ପ୍ରଂଶସା । ତେବେ ପଶ୍ଚିମ ଓଡ଼ିଶା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ଼ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୨୨ରେ ବଲାଙ୍ଗୀର ଗସ୍ତରେ ଯିବେ । ବଲାଙ୍ଗିର, ଟିଟିଲାଗଡ ଓ ପାଟଣାଗଡ ଯିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବାର କାର୍ୟ୍ୟକ୍ରମ ରହିଛି । ଏଥିସହ ସେ ପ୍ରାୟ ୩ ଶହ କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ହରିଶଙ୍କର ମନ୍ଦିରର ବିକାଶ କାର୍ୟ୍ୟର ବି ଶୁଭ ଦେବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ଓ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଏସକେୱାଇ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପ ଓ ଶିଳାନ୍ୟାସ କରିଥିଲେ ।

 

Share

Leave a Reply

Your email address will not be published. Required fields are marked *

one × three =