ଆଜି ରାଜ୍ୟରେ ୨୮୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ପୂରା ରାଜ୍ୟରୁ ୨୮୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ରହିଥିବାବେଳେ ପଛକୁ ରହିଛି କଟକ । ଉଭୟ ଜିଲ୍ଲାରେ ୪୦୦ ଉପରେ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରେ ୧୫୯୭ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୨୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ଜଣାପଡିଛି ।

ଆଜି ଅନୁଗୁଳରୁ ୯୭, ବାଲେଶ୍ବରରୁ ୧୫୫, ବରଗଡରୁ ୧୭, ଭଦ୍ରକରୁ ୧୩୧, ବଲାଙ୍ଗୀରରୁ ୩, ବୌଦ୍ଧରୁ ୨୧, କଟକରୁ ୪୪୧, ଦେବଗଡରୁ ୯, ଢେଙ୍କାନାଳରୁ ୬୭, ଗଜପତିରୁ ୧୦, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୧୧୭, ଯାଜପୁରରୁ ୧୫୩, ଝାରସୁଗୁଡାରୁ ୭, କଳାହାଣ୍ଡିରୁ ୧୫, କନ୍ଧମାଳରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି କେନ୍ଦ୍ରାପଡାରୁ ୧୧୯, କେଉଁଝରରୁ ୬୪, ଖୋର୍ଦ୍ଧାରୁ ୪୭୫, କୋରାପୁଟରୁ ୬୫, ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୧୯୩, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୧୫, ନୂଆପଡାରୁ ୮, ପୁରୀରୁ ୧୫୪, ରାୟଗଡାରୁ ୫୪, ସମ୍ବଲପୁରରୁ ୩୨, ସୋନପୁରରୁ ୧୮, ସୁନ୍ଦରଗଡରୁ ୬୨, ଓ ଷ୍ଟେଟ ପୁଲରୁ ୯୧ ଜଣ ପଜିଟିଭ ଅଛନ୍ତି ।

ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯କୁ ବୃଦ୍ଧି ପାଇଛି । ସେମଧ୍ୟରୁ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୯୬୨୦ ଜଣ ଚିକିତ୍ସାଧୀନ ଅଛନ୍ତି । ଏଯାବତ ୧୪୧୨୫୫୧୧ଟି କରୋନା ନମୁନା ସଂଗ୍ରହ ହୋଇଥିବା ଜଣାପଡିଛି ।

Share

Leave a Reply

Your email address will not be published. Required fields are marked *

fifteen − nine =