ଆଜି ୨୮୦୬ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୧୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୧୯୩ଟି ହେଉଛି ଲୋକାଲ କେସ୍। ସେହିପରି ରାଜ୍ୟରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂପର୍କିତ ତଥ୍ୟ ପ୍ରଦାନ କରାଯାଇଛି।

ନୂତନ ଭାବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯୦ ଜଣ ଥିବା ବେଳେ କଟକରୁ ୪୪୧, ଯାଜପୁରରୁ ୨୫୧, ବାଲେଶ୍ୱରରୁ ୧୫୩, ପୁରୀରୁ ୧୩୮, ଢେଙ୍କାନାଳରୁ ୧୨୪, ଜଗତସିଂହପୁରରୁ ୧୧୯ ଓ ଅନୁଗୋଳ ଜିଲ୍ଲାରୁ ୧୦୨ ଜଣ ଚିହ୍ନଟ ହୋଇଛନ୍ତି।

ବରଗଡ଼ ଜିଲ୍ଲାରୁ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୮୩, ବଲାଙ୍ଗିରରୁ ୧୦, ବୌଦ୍ଧରୁ ୯, ଦେବଗଡ଼ରୁ ୪, ଗଜପତିରୁ ୬, ଗଞ୍ଜାମରୁ ୧୯, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୫୭, କେନ୍ଦୁଝରରୁ ୭୨, କୋରାପୁଟରୁ ୨୯, ମାଲକାନଗିରିରୁ ୩୫, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୮୬, ନୂଆପଡ଼ାରୁ ୭, ରାୟଗଡ଼ାରୁ ୩୦, ସମ୍ବଲପୁରରୁ ୨୬, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୬୫ ଓ ଷ୍ଟେଟ୍ ପୁଲ୍ରୁ ୧୧୯ ଜଣ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

16 − one =