ରାଜ୍ୟରେ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । କିନ୍ତୁ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ୧୭୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୦୮୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୯୬୫୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Share

Leave a Reply

Your email address will not be published. Required fields are marked *

6 + two =