୩ % ବଢିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତାକୁ ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ୨୦୧୯ ଜାନୁଆରୀ ପହିଲାରୁ ପିଛଲା ଭାବେ ଏହା ଲାଗୁ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।
ବଢିଲା ମହଙ୍ଗା ଭତ୍ତା । ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଉପହାର ଘୋଷଣା କରିଛନ୍ତି । ମହଙ୍ଗାଭତ୍ତା ୩ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏଣିକି ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ୯ରୁ ୧୨ ପ୍ରତିଶତ ମହାଙ୍ଗାଭତ୍ତା ପାଇବେ ।
ଏହା ୨୦୧୯ ଜାନୁଆରୀ ପହିଲାରୁ ପିଛଲା ଭାବେ ଲାଗୁ କରିବା ପାଇଁ ନିଷ୍ପତ୍ତି ହୋଇଛି । ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଦେଶର ୪୮ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ । ସେହିଭଳି ୬୨ ଲକ୍ଷ ପେନସନଭୋଗୀ ମଧ୍ୟ ଏହାର ଲାଭ ପାଇବେ ।

Share

Leave a Reply

Your email address will not be published. Required fields are marked *

nineteen − twelve =