ଆଜି ରାଜ୍ୟରେ ୩୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୪୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୮ ଜଣ ପଜିଟିଭ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୮୫୦ଜଣ ସୁସ୍ଥ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

eighteen − one =