ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ…

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ ଜଣ ଓ କଟକରୁ ୫୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ଟପିଯାଇଛି ।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୨୫୧ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୧୬୯ ଜଣ, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୨୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୭୩ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୨୫୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୧୦ ଜଣ, କେନ୍ଦୁଝରରୁ ୭୦ ଜଣ, କୋରାପୁଟରୁ ୭୬ ଜଣ, ମାଲକାନଗିରିରୁ ୭୩ ଜଣ, ମୟୁରଭଞ୍ଜରୁ ୧୫୮ ଜଣ, ନବରଙ୍ଗପୁରରୁ ୪୩ ଜଣ, ନୟାଗଡ଼ରୁ ୧୬୦ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧୫ ଜଣ, ରାୟଗଡ଼ାରୁ ୭୭ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୭ ଓ ଷ୍ଟେଟ ପୁଲରୁ ୯୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

nineteen + fourteen =