ରାଜ୍ୟରେ ୩୫୭୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୩୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୫୩୮ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୦୭, ଯାଜପୁରରୁ ୩୩୭ ଓ ପୁରୀରୁ ୨୩୭ ଜଣ ଅଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୨୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬, ବୌଦ୍ଧରୁ ୫୯, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୮୪ ଜଣ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

15 − 8 =