ଆଜି ୩୯ଜଣଙ୍କ ମୁଣ୍ଡନେଲା ମହାମାରୀ କରୋନା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୯ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି ଏହାକୁ ମିଶାଇ ଜିଲ୍ଲାରେ ମୋଟ ମୃତ୍ୟୁସଂଖ୍ୟା ୫୫୪କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼, ପୁରୀ, ଝାରସୁଗୁଡ଼ା ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମ, ଜଗତସିଂହପୁର ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବରଗଡ଼, ଢେଙ୍କାନାଳ, ନବରଂଗପୁର, ନୂଆପଡ଼ା ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୦୬୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୫୬୨ ଲୋକାଲ୍ କେସ୍ ଅଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦୪ ଜଣ, ବାଲେଶ୍ୱରରୁ ୨୬୨ ଜଣ, ବରଗଡ଼ରୁ ୫୦ ଜଣ,ଭଦ୍ରକରୁ ୧୭୮ଜଣ, ବଲାଙ୍ଗୀରରୁ ୩୬ ଜଣ, ବୌଦ୍ଧରୁ ୮୪ ଜଣ, କଟକରୁ ୪୩୮ ଜଣ, ଦେବଗଡ଼ରୁ ୨୮ ଜଣ, ଢେଙ୍କାନାଳରୁ ୧୧୪ ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୯୨ ଜଣ, ଯାଜପୁରରୁ ୩୦୫ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୪୧ ଜଣ, କନ୍ଧମାଳରୁ ୪୮ ଜଣ, କେନ୍ଦ୍ରାପଡ଼ାରୁ ୧୨୦ ଜଣ, କେନ୍ଦୁଝରରୁ ୬୮ ଜଣ, କୋରାପୁଟରୁ ୮୦ ଜଣ, ମାଲକାନଗିରିରୁ ୫୬ ଜଣ, ମୟୁରଭଞ୍ଜରୁ ୧୧୨ ଜଣ, ନବରଙ୍ଗପୁରରୁ ୧୦୮ ଜଣ, ନୟାଗଡ଼ରୁ ୧୦୬ ଜଣ, ନୂଆପଡ଼ାରୁ ୧୯ ଜଣ, ପୁରୀରୁ ୧୯୯ ଜଣ, ରାୟଗଡ଼ାରୁ ୭୯ ଜଣ, ସମ୍ୱଲପୁରରୁ ୩୭ ଜଣ, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ ଷ୍ଟେଟ ପୁଲରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

eight + 13 =