ଆଜି ୪ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି ।ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି ।ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି ।ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪ ଆକ୍ରାନ୍ତ ଆଖି ବୁଜିଛନ୍ତି ।ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୧୮ ରେ ପହଁଚିଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

9 − 5 =