ରାଜ୍ୟରେ ଆଜି ୪୦ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ୪୦ ମୁଣ୍ଡନେଲା ମହାମାରୀ । ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୪ ଏବଂ ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି କଳାହାଣ୍ଡି ଜିଲ୍ଲାରୁ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି।

Share

Leave a Reply

Your email address will not be published. Required fields are marked *

1 + eleven =