ରାଜ୍ୟରେ ଦିନକରେ ୪୦ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି।ଏହି ୪୦ ମୃତକଙ୍କ ମଧ୍ୟରେ ୧୪ ଜଣ ମହିଳା ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ ବଲାଙ୍ଗିର, ବୌଦ୍ଧ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ଗଞ୍ଜାମ ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି।ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୩୭ ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୧୧୯, ବାଲେଶ୍ୱରରୁ ୨୨୦, ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୧୮, କଟକରୁ ୩୮୨, ଦେବଗଡରୁ ୪, ଢେଙ୍କାନାଳରୁ ୪୨, ଗଜପତିରୁ ୧୩, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୧, ଯାଜପୁରରୁ ୨୯୨, ଝାରସୁଗୁଡାରୁ ୧୪, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୩୬, କେନ୍ଦ୍ରାପଡାରୁ ୭୧, କେଉଁଝରରୁ ୭୦, ଖୋର୍ଦ୍ଧାରୁ ୪୦୧, କୋରାପୁଟରୁ ୫୪, ମାଲକାନଗିରିରୁ ୪୯, ମୟୁରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୫୦, ନୟାଗଡରୁ ୧୪୦, ନୂଆପଡାରୁ ୮, ପୁରୀରୁ ୧୬୧, ରାୟଗଡାରୁ ୫୨, ସମ୍ୱଲପୁରରୁ ୩୦, ସୋନପୁରରୁ ୧୩, ସୁନ୍ଦରଗଡରୁ ୭୧, ଷ୍ଟେଟ ପୁଲରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

four × one =