ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି ତ ଆଉ କେତେବେଳେ ୫ଶହ ତଳେ ରହୁଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦୭ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୪ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୩୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୬୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୧୮ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୬୭ ଜଣ, କଟକରୁ ୬୩ ଜଣ, ମୟୂରଭଞ୍ଜରୁ ୨୬ ଜଣ, ପୁରୀରୁ ୧୯ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୧୭ ଜଣ, ବାଲେଶ୍ବରରୁ ୧୬ ଜଣ, ସମ୍ବଲପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ନୟାଗଡ଼ରୁ ୫ ଜଣ,କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ ଓଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ଼ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୩୯ ଜଣ ସଂକ୍ରମିିତ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

twenty + six =