ଓଡ଼ିଶା କରୋନା ଅପଡେଟ୍‌

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଅନ୍ୟପକ୍ଷରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩୮ ଜଣ, ବାଲେଶ୍ୱରରୁ ୨୬୧ ଜଣ, ବରଗଡ଼ରୁ ୫୨ ଜଣ, ଭଦ୍ରକରୁ ୧୩୯ଜଣ, ବଲାଙ୍ଗୀରରୁ ୪୦ ଜଣ, ବୌଦ୍ଧରୁ ୩୧ ଜଣ, କଟକରୁ ୩୯୬ ଜଣ, ଦେବଗଡ଼ରୁ ୨୨ ଜଣ, ଢେଙ୍କାନାଳରୁ ୭୮ ଜଣ, ଗଜପତିରୁ ୨୭ ଜଣ, ଗଞ୍ଜାମରୁ ୨୬ ଜଣ, ଜଗତସିଂହପୁରରୁ ୧୦୮ ଜଣ, ଯାଜପୁରରୁ ୨୮୫ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୩୫ ଜଣ, କନ୍ଧମାଳରୁ ୪୧ ଜଣ, କେନ୍ଦ୍ରାପଡ଼ାରୁ ୧୧୧ ଜଣ, କେଉଁଝରରୁ ୪୭ ଜଣ, କୋରାପୁଟରୁ ୭୨ ଜଣ, ମାଲକାନଗିରିରୁ ୩୮ ଜଣ, ମୟୁରଭଞ୍ଜରୁ ୧୬୨ ଜଣ, ନବରଙ୍ଗପୁରରୁ ୬୦ ଜଣ, ନୟାଗଡ଼ରୁ ୧୪୨ ଜଣ, ନୂଆପଡ଼ାରୁ ୨୦ ଜଣ, ପୁରୀରୁ ୨୧୭ ଜଣ, ରାୟଗଡ଼ାରୁ ୯୪ ଜଣ, ସମ୍ୱଲପୁରରୁ ୩୨ଜଣ, ସୋନପୁରରୁ ୩୦, ସୁନ୍ଦରଗଡ଼ରୁ ୭୮ ଓ ଷ୍ଟେଟ ପୁଲରୁ ୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

16 − 8 =