୨୪ ଘଣ୍ଟାରେ ରାଜଧାନୀ ୪୩୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୪୩୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୫୪ ଜଣ । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୩,୬୦୯। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୮,୧୨୩ ଜଣ ସୁସ୍ଥ ହୋଇସାରିଛନ୍ତି । ୩୭୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ହଜାର ୮୮ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ୮୮୧ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

two × two =