୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ୫ଟି ଜିଲ୍ଲା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ନବରଙ୍ଗପୁର ଓ କରୋପୁଟ ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି, କଟକ, ଖୋର୍ଧା ଓ ରାୟଗଡ଼ା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏତଦ ବ୍ୟତୀତ ୧୩ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା ରହିଛି। ଏଯାବତ ଗୋପାଳପୁରରେ ୩୬.୧ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୨୦.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

Share

Leave a Reply

Your email address will not be published. Required fields are marked *

3 + ten =